Odisha Latest Political News : ଆଠମଲ୍ଲିକ ବିଧାୟକ ରମେଶ ସାଏ ବିଜେଡି ଛାଡିଲେ

ଭୁବନେଶ୍ୱର, ୦୪/୦୪/୨୦୨୪ (ଓଡ଼ିଶା ସମାଚାର)- ବିଜେଡି ଛାଡିଲେ ଆଠମଲ୍ଲିକ ବିଧାୟକ ରମେଶ ସାଏ । ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି । ପୂର୍ବରୁ ଦଳରେ କୋଣଠେସା ହୋଇପଡିଥିବା ଆଠମଲ୍ଲିକ ବିଧାୟକ ରମେଶ ସାଏ ଦଳ ଛାଡିବା ନେଇ ଚର୍ଚ୍ଚା ହେଉଥିଲା । ତେବେ ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଦଳ ଛାଡିଥିବା ଚର୍ଚ୍ଚା ହେଉଛି । ତେବେ ସେ ଖୁବ୍ ଶୀଘ୍ର ବିଜେପିରେ ଯୋଗଦେବେ  ବୋଲି ଆଲୋଚନା ହେଉଛି ।

Leave a Reply

Your email address will not be published. Required fields are marked *