ଖରାରେ ଖେଳିବା ଉପରେ ଲାଗିଲା କଟକଣା

ଭୁବନେଶ୍ୱର, ୦୬/୦୪/୨୦୨୪ (ଓଡ଼ିଶା ସମାଚାର)-ଖରାରେ ଖେଳିବା ଉପରେ ଲାଗିଲା କଟକଣା । ପ୍ରବଳ ଖରା ହେଉଥିବାରୁ ଆଉଟ୍ ଡୋର୍ ଖେଳ ଉପରେ କଟକଣା ଲଗାଇଲେ ସରକାର । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନ ଖେଳିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏନେଇ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ଚିଠି ଲେଖିଛନ୍ତି   । ଖରାରେ ବିଭିନ୍ନ ଜାଗାରେ ଖେଳ ଚାଲୁଥିବା ଜଣାପଡ଼ିବା ପରେ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ବିଶେଷକରି ଦିନ ୧୧ଟାରୁ ୩ଟା ପର୍ୟ୍ୟନ୍ତ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ସେହିପରି ଶ୍ରମିକମାନଙ୍କୁ ମଧ୍ୟ ୧୧ଟାରୁ ୩ଟା ମଧ୍ୟରେ କାମ କରିବାକୁ ବାରଣ କରାଯାଇଛି ।

ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ଅସୁସ୍ଥ ହେଲେଣି ୮ ଜଣ । ଅସୁସ୍ଥଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରେ ଅଛନ୍ତି ଅନୁଗୁଳରୁ ୫ ଜଣ। ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ଏଯାଏଁ ଅଂଶୁଘାତରେ କାହାରି ମୃତ୍ୟୁ ହୋଇନଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *