ଭୁବନେଶ୍ୱର,୦୭/୦୪/୨୦୨୪ (ଓଡ଼ିଶା ସମାଚାର)- ଲେଖାଶ୍ରୀ ସାମନ୍ତସିଂହାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବିଜେପି ଛାଡ଼ିଥିବା ଲେଖାଶ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ଲେଖାଶ୍ରୀଙ୍କୁ ବିଜେଡିକୁ ସ୍ୱାଗତ କରିବା ସହ ସାଂସଦ ମାନସ ରଞ୍ଜନ ମଙ୍ଗରାଜ କହିଥିଲେ ଯେ ଲେଖାଶ୍ରୀଙ୍କ ଯୋଗଦାନ ଦ୍ୱାରା ଦଳ ଆହୁରି ସୁସଂଗଠିତ ହେବ ବୋଲି ଆଶା। ସେ ରାଜ୍ୟ ରାଜନୀତିର ଜଣେ ପରିଚିତ ନାଁ ।
ମୁଖ୍ୟମନ୍ତ୍ରୀଙ୍କ ସୁଶାସନ ଓ ବିକାଶରେ ଅନୁପ୍ରାଣିତ ହୋଇ ସେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ସାମିଲ ହେବା ପରେ ଲେଖାଶ୍ରୀ କହିଛନ୍ତି, ହୃଦୟର ସହ ମୋତେ ବିଜେଡିରେ ସାମିଲ କରାଇଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ଫାଇଭ-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ। ବର୍ଷ ବର୍ଷ ଧରି ମୁଁ ବିଜେପିକୁ ସର୍ବସ୍ବ ଦେଇଛି, ଓଡ଼ିଶାବାସୀଙ୍କ ସେବା କରିବାର ଇଚ୍ଛା ଥିଲା, ତାହା ବିଜେପି ପୂରଣ କରିବାକୁ ଦେଲାନି। ଏତେ ପରିଶ୍ରମ କରିକି ବି ଦଳର ନେତୃତ୍ୱ ମୋ ଉପରେ ଭରସା କଲେନି। ମୋ ପାଇଁ ବିଜେପିରେ ଏତିକି କାମଥିଲା ବୋଲି ଭାବିଲି ଆଉ ଆଗକୁ ବଢ଼ିବା ପାଇଁ ବିଜେଡିରେ ସାମିଲ ହେଲି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶର ଚିନ୍ତାଧାରା ମୋତେ ବିଜେଡିରେ ସାମିଲ ହେବାକୁ ପ୍ରେରଣା ଦେଲା। ବିଜେଡିରେ ‘ମୁଁ ଗୁଣ୍ଡୁଚି ମୂଷା ଭଳି କାମ କରିବି । ଦଳ ମୋତେ ଯାହା ଦାୟିତ୍ୱ ଦେବ ନିଷ୍ଠାର ସହ ତାହା ପାଳନ କରିବି ।
Odisha Latest Political News : ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର
