ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ – ଆହତଙ୍କ ଚିକତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ
ଭୁବନେଶ୍ୱର, ୧୬/୦୪/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳ ରେ ଏକ ଯାତ୍ରୀ ବାହୀ ବସ ଫ୍ଲାଏଓଭର ରୁ ତଳକୁ ଖସିବା ଘଟଣାରେ 5 ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।