ଭୁବନେଶ୍ୱର, ୨୬/୧୧/୨୦୨୩ (ଓଡ଼ିଶା ସମାଚାର)-ଜନଗଣର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିରେନ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ଜୟଦେବ ବିହାରସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ମାନ୍ୟବର ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ, ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍ବର୍ଗତ ମିତ୍ରଙ୍କ ସ୍ମୃତିଚାରଣ କରିଥିଲେ ।
ଆଜିର ଏହି ମାଲ୍ୟାର୍ପଣ କାର୍ୟ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ରନାଥ ପରିଡା, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କାର୍ୟ୍ୟରତ ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା,ବୀରେନ ମିତ୍ର ଫାଉଣ୍ଡେସନର ସୁଧାଂଶୁ ତ୍ରିପାଠୀ, ବିଭିନ୍ନ ସଂସ୍ଥାର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତ ମିତ୍ରଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।