ଶ୍ରାଦ୍ଧ ଦିବସରେ ବିଜୁ ବାବୁଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭/୦୪/୨୦୨୪ (ଓଡ଼ିଶା ସମାଚାର)- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓଡ଼ିଶାରେ ଶିଳ୍ପାୟନର ଜନକ, ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧିଦଳ ନେତା, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ଓଡ଼ିଶାର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୨୭ତମ ଶ୍ରାଦ୍ଧୋତ୍ସବ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପୂଜ୍ୟପୂଜା ଅଧିକାରୀ ଲକ୍ଷ୍ମୀଧର ବେହେରାଙ୍କ ସଂଯୋଜନାରେ ଆଜି ପ୍ରତୁ୍ୟଷରେ ଅନୁଷ୍ଠିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ବିଭାଗ ପକ୍ଷରୁ ନନ୍ଦନକାନନ, ମେଫେୟାର ଛକ, ବିଜୁ ପଟ୍ଟନାୟକ ଫରେଷ୍ଟ ପାର୍କ, ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର, ବିଜୁ ପଟ୍ଟନାୟକ ପୋଲିସ୍ ଏକାଡେମୀ ଓ ଓଡ଼ିଶା ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତିସ୍ଥଳୀରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଛି । ଏହିସବୁ କାର୍ଯ୍ୟକ୍ରମରେ ଶିକ୍ଷାବିତ୍ କାମଦେବ ମହାପାତ୍ର ସ୍ୱରଚିତ କବିତା ଆବୃତି କରିଥିବା ବେଳେ ସମାଜସେବୀ ଗିରିଜା ଶଙ୍କର ମହାପାତ୍ର, ପ୍ରାଧ୍ୟାପକ ଡକ୍ଟର ରଙ୍ଗାଧର ସାହୁ, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗାନ୍ଧୀବାଦୀ ବିଜୟ କୁମାର ତି୍ରପାଠୀ, ଗୋପବନ୍ଧୁ ପ୍ରେମୀ ସଂଜୟ କୁମାର ପରିଡ଼ା, ଅମିତ୍ ପାତାଳସିଂହ, ବିଜୟ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ । ବକ୍ତାମାନେ ନିଜ ବକ୍ତବ୍ୟରେ ଓଡ଼ିଶାର ସ୍ୱାଭିମାନର ପ୍ରତୀକ ବିଜୁ ବାବୁଙ୍କର ସ୍ମୃତିଚାରଣ କରିଥିଲେ ।

Leave a Reply

Your email address will not be published. Required fields are marked *