ପରଲୋକ ରେ ବିଶିଷ୍ଠ ଅଭିନେତା ନିର୍ଦେଶକ ସଚ୍ଚି ଦାସ

ଯାଜପୁର, ୧୮/୦୪/୨୦୨୪ (ଓଡ଼ିଶା ସମାଚାର)- ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ସଚ୍ଚି ଦାସଙ୍କର ଆଜି ଦିନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା । ଏହି ଖବର ଜଣା ପଡିବା ପରେ ତାଙ୍କ ଜନ୍ମସ୍ଥାନ ବରୀ ସହିତ ସମଗ୍ର ରାଜ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । ବିଶେଷ କରି ରାଜ୍ୟର ସମସ୍ତ କଳାକାର ଓ ଅଗଣିତ ଦର୍ଶକଙ୍କୁ ଏହି ଖବର ବ୍ୟଥିତ କରିଛି । ଏକ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ପିଲା ବେଳୁ କଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ରହିଥିଲା । ବୟସ ବଢ଼ିବା ସହିତ ସେ କଳା ଜଗତରେ ନିଜକୁ ବେଶ ପ୍ରତିଷ୍ଠିତ କରିଥିଲେ । ରାଜ୍ୟର କଳାକାରଙ୍କ ମଧ୍ୟରେ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧା ଓ ସମ୍ମାନ ରହିଥିଲା । ସେ ବିଭିନ୍ନ ଚଳଚ୍ଚିତ୍ର, ମେଗା ଧାରାବାହିକରେ ଅଭିନୟ କରିବା ସହିତ ଜଣେ ନିର୍ଦ୍ଦେଶକ ଭାବେ ମଧ୍ୟ ବେଶ ସୁନାମ ଅର୍ଜନ କରିଥିଲେ । ବିଶେଷ କରି ଯାତ୍ରା ଜଗତରେ ଜଣେ ନିର୍ଦେଶ ଭାବେ ସେ ବେଶ ସୁନାମ ଓ ଲୋକପ୍ରିୟତା ଅର୍ଜନ କରିଥିଲେ । ତାଙ୍କ ନିର୍ଦେଶନାରେ ଅନେକ ଯାତ୍ରା ବିଶେଷ ଲୋକପ୍ରିୟ ହୋଇ ପ୍ରଶଂସା ସାଉଁଟିଥିଲା ବେଳେ ତାଙ୍କ ନିର୍ଦେଶନାରେ ଶାଗୁଣା ବସିଛି ଡେଣା ମେଲାଇ ନାଟକ ବେଶ ସଫଳ ଓ ଲୋକପ୍ରିୟ ହୋଇଥିଲା ।

କଟକରୁ ତାଙ୍କ ମର ଶରୀର ବରୀ ଆନନ୍ଦପୁର ସ୍ଥିତ ବାସ ଭବନକୁ ଅଣାଯାଇ ନିଜ ପୈତୃକ ସ୍ମଶାନରେ ଶେଷ କୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *