ଝାରସୁଗୁଡା, ୨୦/୦୪/୨୦୨୪ (ଓଡ଼ିଶା ସମାଚାର)- ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ ୩ ନାବାଳକ ଥିବା ସୂଚନା ମିଳିଛି।
ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି। ଗତକାଲି ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଥିବାବେଳେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ବର୍ତ୍ତମାନ ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଛି।