ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର, ୨୧/୦୪/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡଃ. ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଶବରୀ ସାଂସ୍କୃତିକ ସଂସଦ, ଭୁବନେଶ୍ୱରଙ୍କ ମିଳିତ ସହଯୋଗରେ କ୍ୟାପିଟାଲ ହସ୍ପିଟାଲ ଛକସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ,  ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସ୍ବର୍ଗତ ତ୍ରିପାଠୀଙ୍କ ସ୍ମୃତି ଚାରଣ କରିଥିଲେ ।

ଏହି ଅବସରରେ ଶବରୀ ସାଂସ୍କୃତିକ ସଂସଦର ହୃଦୟ ରଞ୍ଜନ ଶତପଥୀ, ଯୁଗ୍ମ ସମ୍ପାଦକ ଶ୍ରୀ ନୀଳମାଧଵ ଦାସ, କୋଷାଧ୍ୟକ୍ଷ ଶ୍ରୀ ଯଶୋବନ୍ତ ଜେନା, ଆଚାର୍ଯ୍ୟ ବିହାର ପରିଷଦର ଭାଗବତ ଦାଶ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *