କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ

 କଟକ, ୨୩/୦୪/୨୦୨୪ (ଓଡ଼ିଶା ସମାଚାର/ ଦେବାଶିଷ ରଥ)- ଓଆରଏଚଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ (ବାରବାଟୀ-କଟକ) ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ। ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କରିବା ସହ ଭିଜିଲାନ୍ସ କୋର୍ଟକୁ ନୋଟିସ କରିଛନ୍ତି ସର୍ବୋଚ୍ଚ ଅଦାଲତ। ଓଆରଏଚଡିସି ଦୁର୍ନୀତି ମାମଲାରେ ମୋକିମଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ଓଡ଼ିଶା ହାଇକୋର୍ଟ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ମହମ୍ମଦ ମୋକିମ।

ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ କିଛି ଦିନ ତଳେ ମିଳିଥିଲା ଆଶ୍ୱସ୍ତି। ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଥିଲେ ସୁପ୍ରିମକୋର୍ଟ। ମହମ୍ମଦ ମୋକିମଙ୍କୁ ପକ୍ଷରୁ ବରିଷ୍ଠ ଆଇନଜୀବୀ ମୁକୁଲ ରୋହତଗୀ, ଏସ୍ ମୁରଲୀଧର ଏବଂ ପୀତାମ୍ବର ଆଚାର୍ଯ୍ୟ ସୁପ୍ରିମକୋର୍ଟରେ ଲଢୁଛନ୍ତି।

Leave a Reply

Your email address will not be published. Required fields are marked *