ଭୁବନେଶ୍ୱର, ୨୭/୦୪/୨୦୨୪ (ଓଡ଼ିଶା ସମାଚାର)- ୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଖୋର୍ଦ୍ଧାରୁ ଲଢ଼ିବେ। ସେହିପରି କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ ଓ ସାଲେପୁରରୁ ଅଭିନେତା ଅରିନ୍ଦମ ରାୟଙ୍କୁ ବିଜେପି ଟିକେଟ୍ ଦେଇଛି। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ, ଯିଏକି କିଛି ଦିନ ପୂର୍ବରୁ ବିଜେଡି ଛାଡ଼ିଥିଲେ ତାଙ୍କୁ ବିଜେପି ସେଠାରେ ପ୍ରାର୍ଥୀ କରିଛି। ସେହିପରି କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି। ଭାରତୀୟ ଜନତା ପାର୍ଟିର କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ଶନିବାର ପ୍ରେସ୍ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି।