ଭୁବନେଶ୍ୱର, ୦୩/୦୫/୨୦୨୪ (ଓଡ଼ିଶା ସମାଚାର)- ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ ଶକ୍ତି ବିଭାଗର ଦାୟିତ୍ୱ ମିଳିଛି।
ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା ପରେ ମିଶନ ଶକ୍ତି ସଚିବରୁ ସୁଜାତାଙ୍କୁ ବଦଳି କରିଥିଲେ ନିର୍ବାଚନ ଆୟୋଗ। ଏବେ ତାଙ୍କୁ ଅର୍ଥ ଭଳି ପ୍ରମୁଖ ବିଭାଗରେ ନିଯୁକ୍ତି ମିଳିଛି।