କୃତଜ୍ଞତା ଜଣାଇଲେ ମମତା ପ୍ରିୟଦଶିର୍ନୀ
ଭୁବନେଶ୍ୱର,୦୭/୦୫/୨୦୨୪ (ଓଡ଼ିଶା ସମାଚାର)- ୟୁନିଟ-୨ ଅଂଚଳର ଜଣାଶୁଣା ସାମାଜିକ କର୍ମୀ ତଥା ସାମ୍ବାଦିକା ମମତା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ବିଜୁ ଜନତା ଦଳ ପକ୍ଷରୁ କଂଟାମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବେ ନିଯୁକ୍ତ କରାଯାଇଛି । ବିଜୁ ଜନତା ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଏହି ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ମମତା ପ୍ରିୟଦର୍ଶିନୀ ଏହି ନିଯୁକ୍ତି ପାଇଥିବାରୁ ବିଜୁ ଜନତା ଦଳର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଓ ବିଜୁ ଜନତା ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ସାଧୁବାଦ ଓ କୃତଜ୍ଞତା ଜ୍ଞାପନ କରିଛନ୍ତି । କଂଟମାଳ ଓ ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ସଂଗଠନକୁ ତୃଣମୂଳସ୍ତରରେ ଅଧିକ ସକ୍ରିୟ କରିବା ସହ ଚଳିତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ କିପରି ବିପୁଳ ବିଜୟ ହାସଲ କରିବ, ସେ ଦିଗରେ ସଦା ସର୍ବଦା କାର୍ୟ୍ୟ ଜାରି ରଖିବି ବୋଲି ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘ କାର୍ୟ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ମମତା ପ୍ରିୟଦର୍ଶିନୀ ସୂଚନା ଦେଇଛନ୍ତି ।