ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ଭୁବନେଶ୍ୱର,୧୫/୦୫/୨୦୨୪ (ଓଡ଼ିଶା ସମାଚାର)- ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।ଶ୍ରୀ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୮୦, ୧୯୮୫, ୧୯୯୫, ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ୮୭ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକକୁ ଦୁଇ ପୁଅ ଓ  ତିନି ଝିଅ ତାଙ୍କ ନିକଟରେ ଥିଲେ। ଗତକାଲି ରାତି୧୦ଟା ୫୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା।

୧୯୮୫ମସିହାରେ ସେ ଅବକାରୀ, ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ହୋଇଥିଲେ। ସ୍ୱର୍ଗତ ଡମ୍ବରୁଧର ଉଲାକାଙ୍କ ମରଶରୀର ତାଙ୍କ ଜନ୍ମମାଟି ବାଙ୍କିଲିକୁ ଅଣାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି।ଡମ୍ବରୁଧର ଉଲାକା ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ସାନ ଭାଇ ଓ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ଦାଦା।ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *