ଯାଜପୁର, ୨୮/୧୧/୨୦୨୩ (ଓଡ଼ିଶା ସମାଚାର)- ଆଜି ପୂର୍ବାହ୍ନରେ ଦଶରଥପୁର ବ୍ଳକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିିବିର ଅନୁଷ୍ଠିତ ହୋଇଯାଇଅଛି । ଊକ୍ତ ଶିବିରରେ ଅତିରିକ୍ତ ଜିଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଉପ-ଜିଲାପାଳ ଶ୍ରୀ ଗୋପୀନାଥ କୁଅଁର, ବି.ଡି.ଓ., ଦଶରଥପୁର ଶ୍ରୀ ଆକାଶ ପଟ୍ଟନାୟକ, ତହସିଲଦାର, ଦଶରଥପୁର ଶ୍ରୀ ବିକ୍ରମ କିଶୋର ପରିଡା ମଂଚାସୀନ ଥିବା ବେଳେ ସହକାରୀ ଜିଲାପାଳ, ସାଧାରଣ ଓ ବିବିଧ, ଶ୍ରୀମତୀ ଲକ୍ଷ୍ମୀପ୍ରିୟା ଦାସ, ଜିଲା ଶିକ୍ଷା ଅଧକାରୀ ଶ୍ରୀମତୀ ନିବେଦିତା ପାଣି, ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଶିବାଶିଷ ମହାରଣା, ମୁଖ୍ୟ ଜିଲା ପ୍ରାଣୀ ଚିକିତ୍ସାଧିକାରୀ ଡା. ଶ୍ରୀନିବାସ କର, ମୁଖ୍ୟ ଜିଲା କୃଷି ଅଧିକାରୀ ଶ୍ରୀ ଉଦିପ୍ତ କୁମାର ତ୍ରିପାଠୀ, ପ୍ରକଳ୍ପ ନିର୍ଦ୍ଧେଶକ, ଜଳଛାୟା ଶ୍ରୀ ପ୍ରଦୀପ କୁମାର ପଟ୍ଟନାୟକ, ଅଧିକ୍ଷଣ ଯନ୍ତ୍ରୀ, ନର୍ଦ୍ଧମା ଖଣ୍ଡ, ଯାଜପୁର ଶ୍ରୀ ଦିଲିପ ନନ୍ଦନ ମହାପାତ୍ର, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଇଂ କ୍ଷେତ୍ର ମୋହନ ସାହୁ, ଜିଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଅଗ୍ରଣୀ ବ୍ୟାଙ୍କ ପରିଚାଳକ, ଯାଜପୁର ଶ୍ରୀ ରାଜ କିଶୋର ଭୂୟାଁ, ଜିଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମଂଜୁ ଲତା ନାୟକ, ଜିଲା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲାଊଦ୍ଧିନ ଖାଁ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।
ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୩୮ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୨୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୪ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ପ୍ରଦାନ ନିମନ୍ତେ ୦୩ ଗୋଟି ଅଭିଯୋଗ ଥିବାବେଳେ ଜିଲା ରେଡକ୍ରସ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ନ୍ତ୍ରସହାୟତା ପ୍ରଦାନ ଜନିତ ୦୪ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ୭ ଗୋଟି ଅଭିଯୋଗର ତ୍ୱରିତ ସମାଧାନ କରାଯାଇଥିଲା । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଯୋଗଦେଇ ସହଯୋଗ ପ୍ରଦାନ କରିଥିଲେ ।