ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କର ମୃତ୍ୟୁ

ବଲାଙ୍ଗୀର, ୧୯/୦୫/୨୦୨୪ (ଓଡ଼ିଶା ସମାଚାର)- ନିର୍ବାଚନ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ କୁମାର ଆଚାର୍ୟ୍ୟ। ଆଗଲପୁର ବ୍ଳକ୍ ପଟୁଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସୁଶୀଳ ଆଚାର୍ୟ୍ୟ ନିର୍ବାଚନ ଡ୍ୟୁଟିରେ ଯୋଗଦେବାକୁ  ଆଜି ସକାଳୁ ଟିଟିଲାଗଡ ଡିଏଭି କଲେଜକୁ ଯାଇଥିଲେ।ସେଠାରେ ସେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଟିଟିଲାଗଡ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ହସ୍ପିଟାଲ ରେ ପହଞ୍ଚିବା ପରେ ଡାକ୍ତର ତାଙ୍କୁ  ମୃତ ଘୋଷଣା କରିଥିଲେ।

Leave a Reply

Your email address will not be published. Required fields are marked *