କଟକ, ୨୧/୦୫/୨୦୨୪ (ଓଡ଼ିଶା ସମାଚାର)- କଟକ ୧୬ନଂ ରାଜପଥ ଗୋପାଳପୁର ରେ ସ୍କୁଟିକୁ ଟ୍ରକ ଧକ୍କା ଦେବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଦୁଇ ଜଣ ଯୁବକ ଏକ ସ୍କୁଟିରେ ଭୁବନେଶ୍ଵରରୁ କଟକ ଯାଉଥିଲା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ସ୍କୁଟି ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପର୍ୟ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ଦୁର୍ଘଟଣାରେ ଦୁଇ ଯୁବକଙ୍କ ମୃତ୍ୟୁ
