ନିଶ୍ଚିନ୍ତକୋଇଲି, ୨୧/୦୫/୨୦୨୪ (ଓଡିଶା ସମାଚାର /ଅଭୟ ଜେନା )- କଳମିଶ୍ରି ପଞ୍ଚାୟତ ଦାମୋଦର ପୁର ଗ୍ରାମରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି କ୍ରମରେ ବିଜେଡି ପଞ୍ଚାୟତ ସଭାପତି ବିଶ୍ୱଜିତ ପରିଡାଙ୍କ ନେତୃତ୍ୱରେ ପୁରୁଷ ଓ ମହିଳା କର୍ମୀ, ସମର୍ଥକ ମାନେ ଗ୍ରାମ ପରିକ୍ରମାକରି ଶଙ୍ଖ ଚି଼ହ୍ନରେ ଭୋଟ ଦେଇ ବିଜେଡି ର କଟକ ଲୋକସଭା ସାଂସଦ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ବିଧାୟକ ପ୍ରାର୍ଥୀ ଚନ୍ଦ୍ର ସାରଥୀ ବେହେରା ଙ୍କୁ ବିଜୟୀ କରିବାକୁ ନିବେଦନ କରିଥିଲେ । ରାଜ୍ୟରେ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ଅଳଙ୍କୃତ କରିବାକୁ ନିବେଦନ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବ୍ଲକ ବିଜେଡି କାର୍ଯ୍ୟକାରୀ ସଭାପତି ପ୍ରମୋଦ ନାୟକ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଙ୍କର ଲୋକାଭିମୁଖୀ କାର୍ଯ୍ୟକ୍ରମ ଗୁଡ଼ିକ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । କାର୍ଯ୍ୟକ୍ରମ ରେ ଶତାଧିକ ପୁରୁଷ ଓ ମହିଳା କର୍ମୀ ଯୋଗ ଦେଇଥିଲେ ।
ବିଜେଡି ର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ
