ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ କୌଣସି ବିପଦ ନାହିଁ।

ଭୁବନେଶ୍ୱର, ୨୨/୦୫/୨୦୨୪ (ଓଡ଼ିଶା ସମାଚାର)-  ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାରେ କୌଣସି ବିପଦ ନାହିଁ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। କେବଳ ରାଜ୍ୟରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଅଞ୍ଚଳରେ କାଳବୈଶାଖୀ ହେବାର ସମ୍ଭାବନା ଅଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖ ପୂର୍ବରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ସହ ସମୁଦ୍ର ଭିତରେ ଥିବା ମତ୍ସ୍ୟଜୀବୀ ମାନଙ୍କୁ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏହାଫଳରେ ଅବଶ୍ୟ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ କମ୍ ରହିବ।

Leave a Reply

Your email address will not be published. Required fields are marked *