ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର, ୨୮/୦୫/୨୦୨୪ (ଓଡ଼ିଶା ସମାଚାର)-ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମଙ୍ଗଳବାର ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ନେବାରେ ସମସ୍ୟାକୁ ନେଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ ପ୍ରଶ୍ବାସ ନେବାରେ ଅସୁବିଧା ହେବା ସହ ଅସୁସ୍ଥ ଅନୁଭବ କରିବାରୁ ତୁରନ୍ତ ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଇଥିଲା ।ନିଜ ସୋସିଆଲ ମିଡିଆ  ‘ଏକ୍ସ’ରେ ଅସୁସ୍ଥତା ବାବଦରେ ସେ ସୂଚନା ଦେଇଛନ୍ତି ।

 

 

https://x.com/sudarsansand/status/1795283958848249978

 

Leave a Reply

Your email address will not be published. Required fields are marked *