ପୁରୀ ବାଣ ବିସ୍ଫୋରଣ ଘଟଣା: ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

ପୁରୀ, ୩୧/୦୫/୨୦୨୪ (ଓଡ଼ିଶା ସମାଚାର)-  ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।  ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରୁ ମିଳିଥିବା ତଥ୍ୟ ଆଧାରରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସୂଚନା ମିଳିଛି। ଚିକିତ୍ସାଧୀନ ଅବସ୍ଥାରେ ଏହି ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆହତ ହୋଇଥିବା ଆହୁରି ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସରକାର ସ୍ଥିତି ଉପରେ ନଜର ରଖିଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ଦିଗରେ ପୁରୀ ଜିଲ୍ଲାପାଳ ପଦକ୍ଷେପ ନେଇ ସାରିଥିବା କୁହାଯାଇଛି।

Leave a Reply

Your email address will not be published. Required fields are marked *