ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ: ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ

ଭୁବନେଶ୍ୱର, ୦୩/୬/୨୦୨୪ (ଓଡ଼ିଶା ସମାଚାର)-  ଚଳିତ ବିଧାନସଭାର ଶେଷ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କୁ ସୁପାରିଶ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲରେ ବୈଠକରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତା ୪ ତାରିଖରେ ଅନୁଷ୍ଠିତ ହେବ। ଭୋଟ୍ ଗଣତି ପୂର୍ବରୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି।

Leave a Reply

Your email address will not be published. Required fields are marked *