ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ଇସ୍ତଫା ଦେଲେ

ଭୁବନେଶ୍ୱର, ୦୫/୬/୨୦୨୪ (ଓଡ଼ିଶା ସମାଚାର)- ଆଜି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଆଜି ଦିନ ୧୧ଟା ୩୫ ମିନିଟ ସମୟରେ ରାଜଭବନକୁ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ନବୀନ ପଟ୍ଟନାୟକ ନିଜର ଇସ୍ତଫା ପତ୍ର ପ୍ରଦାନ କରିବା ପରେ ନବୀନ ନିବାସକୁ ଫେରିଆସିଛନ୍ତି।

ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି।

Leave a Reply

Your email address will not be published. Required fields are marked *