ସୁଜାତା ରାଉତ କାର୍ତ୍ତିକେୟନ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି

ଭୁବନେଶ୍ବର, ୦୭/୬/୨୦୨୪ (ଓଡ଼ିଶା ସମାଚାର)-  ରାଜ୍ୟ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତା ରାଉତ କାର୍ତ୍ତିକେୟନ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି। ନଭେମ୍ବର ୨୬ ତାରିଖ ପର୍ଯ୍ୟନ୍ତ ସୁଜାତା କାର୍ତ୍ତିକେୟନ ଛୁଟିରେ ଯାଇଛନ୍ତି। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟିରେ ରହି ଥିବା ଜଣାପଡ଼ିଛି। ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦେଶ ନାମା ପ୍ରକାଶ ପାଇଛି। ଏହି ନିର୍ଦେଶନାମାରେ ଉଲ୍ଲେଖ କରାଯାଇଛି ଯେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତ କାର୍ତ୍ତିକେୟନ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟିରେ ଯାଇଛନ୍ତି । ତାଙ୍କ ଝିଅ ଦଶମ ପରୀକ୍ଷା ଦେବାକୁ ଥିବାରୁ ତା’ର ଯତ୍ନ ନେବା ପାଇଁ ସୁଜାତା ଛୁଟି ନେଇଥିବା ଦର୍ଶାଇଛନ୍ତି । ସର୍ବଭାରତୀୟ ପ୍ରଶାସନିକ ସେବା ରୁଲସ୍‌-୧୯୫୫ର ରୁଲ (୧୮-ଘ)ରେ ଥିବା ପ୍ରାବଧାନ ଅନୁସାରେ ସୁଜାତାଙ୍କୁ ଏହି ଛୁଟି ମଞ୍ଜୁର ହୋଇଥିବା ସାଧାରଣ ପ୍ରଶାସନ ବିଭାଗ ଦର୍ଶାଇଛି । ସୁଜାତାଙ୍କର ପିଲାର ଯତ୍ନ ପାଇଁ ନେଇଥିବା ଅବଧିର ଛୁଟିକୁ ସାଧାରଣ ଛୁଟିରୁ ବାଦ୍ ଦିଆଯିବ ନାହିଁ । ପିଲାର ଯତ୍ନ ପାଇଁ ନେଇଥିବା ଛୁଟିକୁ ସବୈତନିକ ଛୁଟି ଭାବେ ବିବେଚନା କରାଯିବ ଓ ଛୁଟି ସରିବା ପରେ ଉକ୍ତ ଦରମା ପାଇବାକୁ ସେ ହକଦାର ହେବେ ବୋଲି ନିର୍ଦେଶରେ ଉଲ୍ଲେଖ ରହିଛି ।

Leave a Reply

Your email address will not be published. Required fields are marked *