ଭୁବନେଶ୍ୱର,୧୧/୬/୨୦୨୪ (ଓଡ଼ିଶା ସମାଚାର)- ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିଛି।


ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଢ଼ିବ। କେନ୍ଦୁଝରର ବିଧାୟକ ମୋହନ ମାଝୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ। ଏଥି ସହିତ ରାଜ୍ୟରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ରହିବେ। ସେମାନେ ହେଲେ ପାଟଣାଗଡ଼ ବିଧାୟକ କନକବର୍ଦ୍ଧନ ସିଂହଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା।

ବିଜେପି ବିଧାୟକ ଦଳର ବୈଠକରେ ନିଷ୍ପତ୍ତି କ୍ରମେ ଏହି ଗୁରୁତ୍ବପୂର୍ଣ୍ଣ ଘୋଷଣା ହୋଇଛି ବୋଲି ରାଜନାଥ ସିଂ ଘୋଷଣା କରିଛନ୍ତି ।