ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪/୬/୨୦୨୪ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜଧାନୀ ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ପ୍ରଥମେ ମ୍ୟୁଜିୟମ୍‌‌ ଛକରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ, ଏହାପରେ ଏଜି ଛକରେ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ଶହୀଦ ଜୟୀ ରାଜଗୁରୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ୧୨୦ ବାଟାଲିୟନ ଛକସ୍ଥିତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଦନ ସିଂହଦେଓ ଓ ପ୍ରଭାତି ପରିଡା ମଧ୍ୟ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।

Leave a Reply

Your email address will not be published. Required fields are marked *