ଜଗତସିଂହପୁର, ୨୯/୧୧/୨୦୨୩ (ଓଡ଼ିଶା ସମାଚାର)- ଆଜିକୁଜଙ୍ଗ ବ୍ଲକ ର ବନ ବିହାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସମାଜିକ ସୁରକ୍ଷା ବିଭାଗ ର ମିଳିତ ଆନୁକୁଲ୍ୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୋଟ ୩୫୩ ଜଣ ବ୍ୟକ୍ତି ପଞ୍ଜୀକରଣ କରିଥିଲେ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା.ଶ୍ରୀ କ୍ଷେତ୍ରବାସୀ ଦାଶ ଙ୍କ ତତ୍ତ୍ଵାବଧାନ ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ କଟକ ଶ୍ରୀ ରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ର ବରିଷ୍ଠ ଏବଂ ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ଵାରା ସେମାନଙ୍କ ର ବିଭିନ୍ନ ପରୀକ୍ଷା କରାଯାଇ ଭିନ୍ନକ୍ଷମ ମାନଙ୍କୁ ଚିହ୍ନଟ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ମୋଟ ୨୯୬ ଜଣ ଙ୍କୁ ଭିନ୍ନକ୍ଷମ ଭାବେ ଚିହ୍ନଟ କରାଯାଇଥିଲା। କର୍ଣ୍ଣ ବର୍ଗର ୬ଜଣ ଭିନ୍ନକ୍ଷମ ଙ୍କୁ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିବା ବେଳେ ୩୫ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ପଠା ଯାଇଥିଲା। ୧୬ ଜଣଙ୍କୁ ବିଭିନ୍ନ କାରଣ ଯୋଗୁଁ ନାକଚ କରାଯାଇଥିଲା। ଅନୁଷ୍ଠିତ ଏହି ଶିବିରରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ନୀନାରାଣୀ ସାହୁ ,କୁଜଙ୍ଗ ଗ୍ରାମ ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ବନ୍ଦିତା ଦାସ,ଜିଲ୍ଲା ସମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁନୀଲ କୁମାର ନାୟକ, ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ଦୀପକ ପ୍ରସାଦ ସ୍ବାଇଁ, କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ସୁପରିଟେଣ୍ଡେଣ୍ଟ ଡା. ପ୍ରସନ୍ନ କୁମାର ପଣ୍ଡା, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସଂଗ୍ରାମ କିଶୋର ମହାନ୍ତି,କୁଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ର କର୍ମକର୍ତ୍ତା,କୁଜଙ୍ଗ ଆଇ ସି ଡି ଏସ ର କର୍ମକର୍ତ୍ତା,ବ୍ଲକ ଅଫିସ କର୍ମଚାରୀ,ବି ଏସ ଏସ ଓ ଅଫିସ ର କର୍ମଚାରୀ,ବନ ବିହାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରି ଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି ଶିବିର ଆସନ୍ତା ୮ ତାରିଖ ପର୍ୟ୍ୟନ୍ତ ପ୍ରତ୍ୟେକ ବ୍ଲକ ରେ ଅନୁଷ୍ଠିତ ହେବ। ଆସନ୍ତା କାଲି ଏହି ଶିବିର ରଘୁନାଥପୁର ବ୍ଲକ ର ପି ସି ବିଦ୍ୟା ମନ୍ଦିର ପରିସରରେ ଅନୁଷ୍ଠିତ ହେବ।