ଭୁବନେଶ୍ୱର,୧୬/୬/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଦୀର୍ଘ ୨୪ ବର୍ଷ ପରେ ରାଜ୍ୟରେ ସରକାର ବଦଳିଛି । ୨୪ ବର୍ଷ ପରେ ବିଜେପି ଦଳ ସଂଖ୍ୟା ଗରିଷ୍ଠତା ହାସଲ କରି ରାଜ୍ୟରେ ସରକାର ଗଢ଼ିଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ରାଜ୍ୟ ଶାସନର ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଅନ୍ୟ ବିଭାଗ ସହିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ କୁ ନିଜ ହାତରେ ରଖିଛନ୍ତି । ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ମୁଖ୍ୟମନ୍ତ୍ରୀ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।