ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଗଣ୍ଡଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ସୌଜନ୍ୟ ସାକ୍ଷାତ

ଭୁବନେଶ୍ୱର,୧୮/୬/୨୦୨୪(ଓଡ଼ିଶା ସମାଚାର/ରଜତ ମହାପାତ୍ର)-ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଆଜି ପୂର୍ବାହ୍ନରେ ରାଜ୍ୟ ଅତିଥି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ଶ୍ରୀ ସେଠୀ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ଅଭିନନ୍ଦନ ଜଣାଇଥିବାବେଳେ ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ବ୍ୟାପକ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶାର ରୂପରେଖକୁ ସଶକ୍ତ କରିବା ଦିଗରେ ବିଭାଗୀୟ ଅଧିକାରୀମାନେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ମନ୍ତ୍ରୀ ପରାମର୍ଶ

ଦେଇଥିଲେ । ପ୍ରମୁଖ ଶାସନ ସଚିବଙ୍କ ସହିତ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦିଲ୍ଲୀପ କୁମାର ରାୟ, ନିର୍ଦ୍ଦେଶିକା ନିୟତି ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ମଧୁମିତା ନାୟକ, ସୋନିଆ ବେହେରା ଓ ଦୀପକ ରାଉତରାୟ ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *