ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ୧୮/୬/୨୦୨୪ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି. ଆର,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ଶ୍ରୀ ସମ୍ବିତ କୁମାର ରାଉତ୍ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୨୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୨୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୭ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୦୧ ଟି, ଆବାସ ଯୋଜନା ସମ୍ପର୍କୀୟ ୦୧ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୦୬ ଟି, ଭତ୍ତା ପାଇବା ପାଇଁ ୦୩ ଟି, ପୋଲିସ ସହାୟତା ପାଇବା ପାଇଁ ୦୪ ଟି ଏବଂ ଅନ୍ୟାନ୍ୟ ୦୬ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୧ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ରବିନାରାୟଣ ସେଠୀ,ଉପ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜଗତସିଂହପୁର ଶ୍ରୀ ଆଶୁତୋଷ ମିଶ୍ର, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ଶୁଣାଣି କରିଥିଲେ।ଆଜି ଏହି ଶିବିରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୧୧ ଜଣ ଭିନ୍ନକ୍ଷମ ଦମ୍ପତି(ଜଣେ ଭିନ୍ନକ୍ଷମ )ଙ୍କୁ ପ୍ରତ୍ୟେକ ୨.୫ ଲକ୍ଷ ବିବାହ ସହାୟତା ରାଶି ପ୍ରଦାନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *