ଭାବଗତପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଶ୍ୱ ଯୋଗଦିବସ ପାଳିତ

କେନ୍ଦ୍ରାପଡ଼ା, ୨୨/୬/୨୦୨୪ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭାଗବତପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଶ୍ୱ ଯୋଗଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଯୋଗଗୁରୁ କାର୍ତିକ ଚନ୍ଦ୍ର ଦାସଙ୍କ ତତ୍ୱାବଧାନରେ  ଏକ ଯୋଗ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିସହିତ ଦୈନନ୍ଦିନ ଜୀବନରେ ଯୋଗର ଆବଶ୍ୟକତା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ପ୍ରଧାନ ଆଚାର୍ଯ୍ୟ ବିଭୂତିରଞ୍ଜନ ରାଉତଙ୍କ ସମେତ ସମସ୍ତ ଗୁରୁଜୀ, ଗୁରୁମା ଓ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ସଭାପତି ପ୍ରମୋଦ କୁମାର ସାହୁ ଏଥିରେ ସକ୍ରୀୟ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *