ଭୁବନେଶ୍ୱର, ୨୩/୬/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ସକାଳେ ରାଜଧାନୀର ସତସଙ୍ଗ ବିହାର ସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଭାରତୀୟ ଜନସଂଘର ପ୍ରତିଷ୍ଠାତା ତଥା ମହାନ୍ ଜନନାୟକ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କର ବଳିଦାନ ଦିବସ ଅବସରରେ ପୁଷ୍ପ ମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ତାଙ୍କ ସହିତ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା , ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ବିଧାୟକ ବାବୁ ସିଂହଙ୍କ ସମେତ ଅନେକ ବିଜେପି ନେତା ଉପସ୍ଥିତ ଥିଲେ।