ଜଗତସିଂହପୁର, ୨୪/୬/୨୦୨୪ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶିଷ୍ଟ ଗାନ୍ଧିବାଦୀ, ସ୍ଵାଧୀନତା ସଂଗ୍ରାମୀ ତଥାପୂର୍ବତନ ମୁଖ୍ୟ ମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ର ବଙ୍ଗଳା ଛକ ଏବଂ ଖେରସ ଛକ ଠାରେ ଥିବା ସେହି ମହାନ ସ୍ୱାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଅର୍ଚ୍ଚନା ସିଂହ, ଉପାଧ୍ୟକ୍ଷ ଶ୍ରୀ ରାଜେନ୍ଦ୍ର କୁମାର ବିଶୋଇ,ନିର୍ବାହୀ ଅଧିକାରୀ ସୀମା ଜେନା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟ୍ଟନାୟକ,ଦୀପକ ପଟ୍ଟନାୟକ , ପୌର ପରିଷଦ କର୍ମଚାରୀ ବିଚିତ୍ରାନନ୍ଦ ପାଲ, ସୁଦର୍ଶନ ଭୋଇ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସେହି ମହାନ ଆତ୍ମା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।