ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଦଶରଥପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଯାଜପୁର, ୨୪/୬/୨୦୨୪ (ଓଡ଼ିଶା ସମାଚାର)-ପ୍ରଶାସନ ଜନସାଧାରଣଙ୍କ ନିକଟରେ ପହଂଚି ସେମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡିକର ସମାଧାନ କରିବା ଅଭିଯୋଗ ଶୁଣାଣି ପ୍ରକୋଷ୍ଠର ପ୍ରଧାନ ଲକ୍ଷ୍ୟ ଅଟେ । ଏଣୁ ଅଭିଯୋଗ ପ୍ରକୋଷ୍ଠରେ ଯୋଗ ଦେଉଥିବା ଜିଲାର ସମସ୍ତ ଅଧିକାରୀମାନେ ନିଷ୍ଠା ଓ ସହୃଦୟତାର ସହ କାର୍ଯ୍ୟ ସଂପାଦନ କଲେ ଜିଲା ପ୍ରଶାସନର ଅଭିଯୋଗ ଶୁଣାଣି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ସହ ଜନସାଧାରଣମାନେ ଅଧିକରୁ ଅଧିକ ଅଭିଯୋଗ ପ୍ରକୋଷ୍ଠରୁ ଲାଭବାନ ହୋଇପାରିବେ ବୋଲି ଆଜି ପୂର୍ବାହ୍ନରେ ଦଶରଥପୁର ବ୍ଳକ କାର୍ଯ୍ୟାଳୟ ଠାରେ ମିଳିତ ଜନ ଅଭିଯୋଗ ଶୁଣାଣିରେ ଜିଲାପାଳ ତଥା ଜିଲା ମାଜିଷ୍ଟ୍ରେଟ୍ ଶ୍ରୀ ନିଖିôଲ ପବନ କଲ୍ୟାଣ ଅଧ୍ୟକ୍ଷତା କରି ଉପରୋକ୍ତ ବିଷୟ ପ୍ରକାଶ କରିଛନ୍ତି । ଉକ୍ତ ଶିବିରରେ ଅତିରିକ୍ତ ଜିଲାପାଳ, ପ୍ରଶାସନ ଶ୍ରୀ ନବକ୍ରିଷ୍ଣ ଜେନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲା ପରିଷଦ, ଶ୍ରୀ ଅଶୋକ କୁମାର ବେହୁରିଆ, ଉପ-ଜିଲାପାଳ ଶ୍ରୀ ଅଂଶୁମାନ ଶତପଥୀ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ସତ୍ୟବ୍ରତ ଲେଙ୍କା, ବି.ଡି.ଓ., ଦଶରଥପୁର ଶ୍ରୀ ଆକାଶ ପଟ୍ଟନାୟକ, ତହସିଲଦାର, ଦଶରଥପୁର ଶ୍ରୀ ବିକ୍ରମ କିଶୋର ପରିଡା ମଂଚାସୀନ ଥିବା ବେଳେ ଅଧିକ୍ଷଣ ଯନ୍ତ୍ରୀ, ଜଳ ନିଷ୍କାସନ ଖଣ୍ଡ, ଯାଜପୁର ଶ୍ରୀ ଦିଲିପ ନନ୍ଦନ ମହାପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ, ଜଳସେଚନ ଉପଖଣ୍ଡ ଶ୍ରୀ ଅନ୍ତର୍ଯ୍ୟାମି ମହାନ୍ତି, ସହକାରୀ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ଇଂ ବିକ୍ରମାଦିତ୍ୟ ପ୍ରଧାନ, ସହକାରୀ ଜିଲାପାଳ, ସାଧାରଣ ଓ ବିବିଧ, ଶ୍ରୀ ଅଶୋକ କୁମାର ବେହେରା, ଜିଲା ଶିକ୍ଷା ଅଧିକାରୀ ଶ୍ରୀମତୀ ନିବେଦିତା ପାଣି, ଜିଲା ମତ୍ସ୍ୟ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ରାଉତ, ସହକାରୀ ନିର୍ଦ୍ଧେଶକ, ଉଦ୍ୟାନ କୃଷି ଶ୍ରୀ ରାଧାଶ୍ୟାମ ବେହେରା, ଜିଲା ଶ୍ରମ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ମହାନ୍ତି, ଜିଲା ମଙ୍ଗଳ ଅଧିକାରୀ ଶ୍ରୀ ଶରତ ଚନ୍ଦ୍ର ବେହେରା, ଜିଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ସବିତା ଚ୍ୟାଉ ପଟ୍ଟନାୟକ, ଜିଲା ସମାଜ ସୁରକ୍ଷା ଅଧିକାରୀ ଶ୍ରୀ ରବିନ୍ଦ୍ର ନାଥ ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ନିରଂଜନ କର, ଅବକାରୀ ଅଧିକ୍ଷକ ଶ୍ରୀ ଅମରେନ୍ଦ୍ର କୁମାର ଜେନା, ଜିଲା ବେସାମରିକ ଯୋଗାଣ ଅଧିକାରୀ ସଲ୍ଳ୍ାଉଦ୍ଧିନ ଖାଁ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ ।

ଆଜିର ଅଭିଯୋଗ ପ୍ରକୋଷ୍ଠରେ ସମୁଦାୟ ୭୨ ଗୋଟି ଅଭିଯୋଗ ପଂଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୫୩ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୨ ଗୋଟି ସମୁହ ଅଭିଯୋଗ ଥିଲା । ସେହିପରି ଜିଲା ରେଡକ୍ରସ ପାଣ୍ଠିରୁ ଚିକିସôା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ ଜନିତ ୦୭ ଗୋଟି ଅଭିଯୋଗ ଥିଲା । ଶିବିର ପ୍ରକୋଷ୍ଠରେ ୧୪ ଗୋଟି ଅଭିଯୋଗର ଜିଲାପାଳ ତ୍ୱରିତ ସମାଧାନ କରିଥିଲେ । ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲା ସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ୍ ଡିପାର୍ଟମେଣ୍ଟର ବରିଷ୍ଠ ଯନ୍ତ୍ରୀ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *