ଆସନ୍ତା ଜୁଲାଇମାସ ପହିଲାରୁ ଜିଲାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର

କେନ୍ଦ୍ରାପଡ଼ା, ୨୬/୬/୨୦୨୪ (ଓଡ଼ିଶା ସମାଚାର)- ଆସନ୍ତା ଜୁଲାଇମାସ ପହିଲାରୁ ପ୍ରତ୍ୟେକ ସୋମବାର କେନ୍ଦ୍ରାପଡା ଜିଲାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ପୂର୍ବ ଭଳି ଚାଲିବ । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ନିର୍ଦେଶ ଦିଆଯାଇଛି । ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏସମ୍ପର୍କରେ ନିର୍ଦେଶ ଦେବା ପରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସମସ୍ତ ବିଭାଗୀୟ ମୁଖ୍ୟଙ୍କ ସମେତ ପ୍ରତ୍ୟେକ ଜିଲାର ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କୁ ଏସମ୍ପର୍କରେ ନିର୍ଦେଶ ପ୍ରଦାନ କରାଯାଇଛି । ଜନ ଅଭିଯୋଗ ଶୁଣାଣି ଶିବିରକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗ ଜନ ଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରାଯିବାକୁ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *