ନିରାକାରପୁର, ୨୯/୬/୨୦୨୪ (ଓଡ଼ିଶା ସମାଚାର)-ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ଅଚ୍ୟୁତପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଳାସିନୀ ଦେଇଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରାକ୍ତନ ପ୍ରଧାନ ଶିକ୍ଷକ କାଙ୍ଗାଳି ଚରଣ ବିଶୋୟୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ମଙ୍ଗରାଜ , ମୁଖ୍ୟ ବକ୍ତା ଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ଡ଼ ଭୋବନୀ ସାହୁ, ସମ୍ମାନୀତ ଅତିଥି ଭାବେ ସମାଜସେବୀ ଟଙ୍କଧର ମହାପାତ୍ର, ଅଚ୍ୟୁତପୁର ଦାଶରଥି ମହାପାତ୍ର ହାଇସ୍କୁଲ ପ୍ରଧାନଶିକ୍ଷକ ବିନୋଦ ବିହାରୀ ସାହୁ, ଶିକ୍ଷକ ନିଳାଦ୍ରୀ କୁମାର ସିଂହ , ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭାଗିରଥି ସାମନ୍ତରାୟ ଓ ସମିତି ସଭ୍ୟ ପୂର୍ଣ୍ଣ ଚନ୍ଦ୍ର ସିଂହ ପ୍ରମୁଖ ଉପସ୍ଥିତ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ବିଳାସିନୀ ଦେଇଙ୍କ ବହୁବିଧ ଗୁଣ ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ,ଶିକ୍ଷୟିତ୍ରୀ,କର୍ମଚାରୀ, ଛାତ୍ରଛାତ୍ରୀ ଉପସ୍ଥିତ ରହି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ବିଳାସିନୀ ଦେଇଙ୍କୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ ସହିତ ଉପହାର ପ୍ରଦାନ କରିଥିଲେ। ଶେଷରେ ଦୋଳଗୋବିନ୍ଦ ବରିସଲ ଧନ୍ୟବାଦ୍ ଅର୍ପଣ କରିଥିଲେ।
ଶିକ୍ଷୟତ୍ରୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା
