ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କଲେ

ଭୁବନେଶ୍ୱର, ୩୦/୬/୨୦୨୪ (ଓଡ଼ିଶା ସମାଚାର)- ବରିଷ୍ଠ ପ୍ରଶାସକ ମନୋଜ ଆହୁଜା ଆଜି ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି । ମୁଖ୍ୟ ଶାସନ ସଚିବ ଥିବା ପ୍ରଦୀପ କୁମାର ଜେନା ଆଜି ଅବସର ଗ୍ରହଣ କରିବା ପରେ ଲୋକ ସେବା ଭବନରେ ସେ ଏହି ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ। ୧୯୯୦ ବ୍ୟାଚ୍ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବଭାବେ ଦାୟିତ୍ୱ ନିର୍ବାହ କରିଛନ୍ତି।

Leave a Reply

Your email address will not be published. Required fields are marked *