ଟିଟଲାଗଡ,୩୦/୬/୨୦୨୪ (ଓଡ଼ିଶା ସମାଚାର)- ବଲାଙ୍ଗୀର ଜିଲା ଟିଟଲାଗଡ ଚୋରମରାସ୍ଥିତ ପେପର୍ ମିଲ୍ ରେ ଅଗ୍ନିକାଣ୍ଡ ଘଟିଛି । ଆଜି ସକାଳ ପ୍ରାୟ ୯ଟା ସମୟରେ ପେପର ମିଲର ଗୋଦାମ ଘରେ ନିଆଁ ଲାଗିଯାଇଥିଲା। ଗୋଦାମ ଘରେ କାଗଜ ଏବଂ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଦ୍ରୁତ ଗତିରେ ବ୍ୟାପିଯାଇଥିଲା। କାରଖାନାରେ କାର୍ୟ୍ୟରତ କର୍ମଚାରୀ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ସର୍ଟ ସର୍କିଟ୍ ଯୋଗୁଁ ଏହି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ହେଲେ କେଉଁ ପରିସ୍ଥିତିରେ ଏହି ଅଗ୍ନିକାଣ୍ଡ ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ତେବେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ସୂଚନା ମିଳିଛି।
ଟିଟଲାଗଡ ପେପର୍ ମିଲ୍ ରେ ଅଗ୍ନିକାଣ୍ଡ
