ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ

ଭୁବନେଶ୍ୱର, ୧/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଛନ୍ତି ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ସେହିପରି ଆଇଏଏସ୍ ନିକୁଞ୍ଜ ବିହାରୀ ଧଳ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ନିକୁଞ୍ଜ ବିହାରୀ ଧଳଙ୍କୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି କରାଯାଇଛି। ଏ ନେଇ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି। ୧୯୯୩ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ନିକୁଞ୍ଜ ଧଳ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସହିତ ସ୍ବତନ୍ତ୍ର ରିଲିଫ କମିସନର ମଧ୍ୟ ଥିଲେ। ଏଥିସହିତ ସେ ଅବକାରୀ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗ୍ରୀଡ୍‌କୋ ଚେୟାରମ୍ୟାନ, ଓଏସ୍‌ବିସି ଚେୟାରମ୍ୟାନ ପଦବୀରେ ରହି କାର୍ଯ୍ୟ କରିଛନ୍ତି।

Leave a Reply

Your email address will not be published. Required fields are marked *