ଶ୍ରୀ ସିଦ୍ଧି ବିନାୟକ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠାର ଦ୍ୱିତୀୟ ବାର୍ଷିକ ଉତ୍ସବ

ନିରାକାରପୁର,୨/୭/୨୦୨୪ (ଓଡ଼ିଶା ସମାଚାର)- ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ରାମଚନ୍ଦ୍ର କଳ୍ପନା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଥିବା ଶ୍ରୀ ଶ୍ରୀ ସିଦ୍ଧି ବିନାୟକ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ଦିର ପ୍ରାଙ୍ଗଣରେ ହୋମ, ଯଜ୍ଞ ଓ ନାମ ସଂକୀର୍ତ୍ତନ ପ୍ରଭୃତି ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ଠାକୁରଙ୍କୁ ପୂଜା ଅର୍ଚ୍ଚନା କରିବା ସହିତ ପୁଷ୍ପାଞ୍ଜଳି ପ୍ରଦାନ ପୂର୍ବକ ଆଶିଷ ଲାଭ କରିଥିଲେ। ଏହି କାର୍ଯ୍ୟକ୍ରମରେ କର୍ତ୍ତା ଭାବେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମହାନ୍ତି ଓ ଅଧ୍ୟାପିକା ଡ ରେଣୁବାଳା ସାମନ୍ତରାୟ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ ସମସ୍ତେ ପ୍ରସାଦ ସେବନ କରିଥିଲେ।

Leave a Reply

Your email address will not be published. Required fields are marked *