ରଥଯାତ୍ରା ପାଇଁ ଦୁଇ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ, ୨/୭/୨୦୨୪ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ଶେଷ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ଥର ଦୁଇ ଦିନ ଧରି ରଥଯାତ୍ରା ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ସରକାରୀ ଭାବେ ଦୁଇ ଦିନ ଛୁଟି ଘୋଷଣା କରିଛନ୍ତି । ଜୁଲାଇ ୭ ଓ ୮ ତାରିଖରେ ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳିତ ବର୍ଷ ବିରଳ ରଥଯାତ୍ରା । ଏହାକୁ ସଫଳ କରିବା ପାଇଁ ସମୀକ୍ଷା ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି । ଶାନ୍ତି ଶୃଙ୍ଖଳାର ସହ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିବା ସହ ସଫଳତା ପୂବକ ରୀତିନୀତି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବୈଠକରେ ବରିଷ୍ଠ ଅଧିକାରୀ, ପୁଲିସ ଡିଜି, ସମସ୍ତ ସେବାୟତ ଉପସ୍ଥିତ ରହିଥିଲେ । ଚଳିତ ଥର ରଥଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସାମିଲ ହେବେ ।

Leave a Reply

Your email address will not be published. Required fields are marked *