ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୫/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଧାନ ସଭା ପରିସର ମଧ୍ୟରେ ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ମର ଶରୀରରେ ପୁଷ୍ପ ଗୁଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରୁଛନ୍ତି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ।  ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *