କ୍ୟାବିନେଟ ବୈଠକ କାଲି

ଭୁବନେଶ୍ୱର, ୯/୭/୨୦୨୪ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- କ୍ୟାବିନେଟ ବୈଠକ କାଲି । ଆସନ୍ତା କାଲି ବୁଧବାର ଦିନ ୧୧.୩୦ରେ ରାଜ୍ୟରେ ନବଗଠିତ ବିଜେପି ସରକାରର ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ ଗତ ଜୁନ୍ ୧୨ ତାରିଖରେ ମୋହନ ସରକାର ଶପଥ ଗ୍ରହଣ ଦିନ ପ୍ରଥମ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା।

Leave a Reply

Your email address will not be published. Required fields are marked *