ବାରିପଦା ଠାରେ ବସ୍ ଦୁର୍ଘଟଣା, ୩ ଜଣଙ୍କ ମୃତ୍ୟୁ, ମୁଖ୍ୟମନ୍ତ୍ରୀ ଦୁଃଖପ୍ରକାଶ କରିବା ସହ ମୃତ ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର, ୧୩/୭/୨୦୨୪ (ଓଡ଼ିଶା ସମାଚାର)- ହାଇଦ୍ରାବାଦରୁ ଗୟା ଯାଉଥିବା ଏକ ବସ୍ ବାରିପଦା ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ବିଷୟରେ ଶୁଣି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି। ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବା ସହ ମାଗଣାରେ ଆହତଙ୍କ ଉପଯୁକ୍ତ ଚିକିତ୍ସା ଲାଗି ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *