ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୬/୭/୨୦୨୪(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ମହାନ ବିପ୍ଲବୀ ଚକ୍ରଧର ବେହେରାଙ୍କ ଜୟନ୍ତୀ ଅବସରରେ ସକାଳ ୮ ଘଟିକାରେ ରାଜଭବନ ଛକସ୍ଥିତ ପ୍ରତିମୂର୍ତ୍ତିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଓ ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଛି । ଏହି ଅବସରରେ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସରୋଜ କୁମାର ସାମଲ, ବିଶିଷ୍ଟ ସାହିତ୍ୟିକ ଗୌରହରି ଦାସ, ଚକ୍ରଧର ବେହେରାଙ୍କ ପରିବାରବର୍ଗ, ଆତ୍ମୀୟ ସ୍ଵଜନ ଓ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ବିଭାଗୀୟ ଅଧିକାରୀ ପ୍ରମୋଦିନୀ ଟେଟେ, ପ୍ରମୁଖ ଉପସ୍ଥିତ ରହି ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *