ଜଗତସିଂହପୁର ଜିଲ୍ଲାପାଳ ଅନୁପମ ସାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି

ଜଗତସିଂହପୁର, ୧୮/୭/୨୦୨୪ (ଓଡ଼ିଶା ସମାଚାର)-ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୨ ବ୍ୟାଚ ର ଆଇ ଏ ଏସ ଅଧିକାରୀ ଶ୍ରୀ ସାହା ଗତ ଏପ୍ରିଲ 6 ତାରିଖ ରେ ଜଗତସିଂହପୁର ଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲାରେ ସାଧାରଣ ନିର୍ବାଚନ ୨୦୨୪ ଅତ୍ୟନ୍ତ ଶାନ୍ତି ଶୃଙ୍ଖଳା ର ସହ ସମାପନ ହୋଇଯାଇଛି ।ଆଜି ଦୁଇ ଅତିରିକ୍ତ ଜିଲ୍ଲାପାଳ , ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଜିଲ୍ଲାପାଳ ଙ୍କୁ ତାଙ୍କ କାର୍ଯ୍ୟଳୟରେ ଭେଟି ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ । ପ୍ରକାଶ ଥାଉକି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଶ୍ରୀ ସମ୍ବିତ୍ ରାଉତ,ଜଗତସିଂହପୁର ଙ୍କୁ ଜିଲ୍ଲାପାଳ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି।

Leave a Reply

Your email address will not be published. Required fields are marked *