ଭୁବନେଶ୍ୱର, ୨୦/୭/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ବାଚସ୍ପତି କହିଛନ୍ତି ଯେ ସ୍ୱର୍ଗତଃ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଓ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ଏକ ବିରଳ ଉଦାହରଣ ସୃଷ୍ଟି କରିଯାଇଛନ୍ତି ।
ପରିବେଶର ସୁରକ୍ଷା ପାଇଁ ତାଙ୍କର ଅବଦାନ ରାଜ୍ୟ ଓ ଦେଶ ପାଇଁ ସ୍ମରଣୀୟ ହୋଇ ରହିବ । ତାଙ୍କର ବିୟୋଗ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ବାଚସ୍ପତି କହିଛନ୍ତି ।
ବାଚସ୍ପତି ଏହି ଅବସରରେ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।