ଭୁବନେଶ୍ୱର,୨୦/୭/୨୦୨୪ (ଓଡ଼ିଶା ସମାଚାର)- ଆଜି ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ଓଡ଼ିଶାବାସୀ ବିରୋଧୀ ଦଳ ଭାବେ ବିଜେଡିକୁ ଯେଉଁ ଦାୟିତ୍ବ ଦେଇଛନ୍ତି ତାହାକୁ ଦଳ ସୁଚାରୁରୂପେ ପାଳନ କରିବ ।
ବିଧାନସଭାରେ ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ବିଜେଡି ଲଢ଼େଇ କରିବ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ସୋମବାରଠୁ ଆରମ୍ଭ ହେଉଥିବା ବିଧାନସଭାର ଅଧିବେଶନରେ ଦଳର ଆଭିମୁଖ୍ୟ ନେଇ ୫୧ ବିଧାୟକଙ୍କ ସହ ଦଳ ର ସୁପ୍ରିମୋ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି ।
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
