ଶୁକ୍ରବାର ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

                                                         ୨୭ରେ ନୀତି ଆୟୋଗ ବୈଠକରେ ଯୋଗଦେବେ

ଭୁବନେଶ୍ବର, ୨୫/୭/୨୦୨୪ (ଓଡ଼ିଶା ସମାଚାର)- ନୂଆଦିଲ୍ଲୀରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ ରେ ନୂଆଦିଲ୍ଲୀ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜଣାପଡ଼ିଛି। ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବା କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *