୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ

ଭୁବନେଶ୍ୱର,୨୬/୭/୨୦୨୪(ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୂତ ହୋଇଥିବା ବେଳେ କ୍ରମଶଃ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ମୁହାଁ ହେବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲାରେ ୨ ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ତେବେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ।

https://x.com/mcbbsr/status/1816724557266354531

Leave a Reply

Your email address will not be published. Required fields are marked *